Odisha Link
Bridging the Missing Links in Odisha

ରାଜ୍ୟରେ ଦିନକରେ ୪୭୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ୍‌ ପୁଲ୍‌ରୁ ୪୪ଜଣ ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୨୧୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୯୦୫୦୭୭ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.