Odisha Link
Bridging the Missing Links in Odisha

ସୁନ୍ଦରଗଡରେ ବିଜୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ: ଆଜି ସୁନ୍ଦରଗଡ ଗସ୍ତରେ ଯାଇ ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହ ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ପ୍ରାୟ ୬୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନବୀନ।

ନବୀନ ନିଜ ଅଭିଭାଷଣରେ କହିଛନ୍ତି,ସୁନ୍ଦରଗଡର ପିଲମାନେ ଓଡ଼ିଶା ଓ ଦେଶକୁ ଗର୍ବିତ କରିଛନ୍ତି। ଅଲିମ୍ପିକ୍ସ ବିଜେତାଙ୍କ ମାଟିକୁ ପ୍ରଣାମ ଜଣାଇବା ସହ ନବୀନ କହିଛନ୍ତି, ଅଗଷ୍ଟ ୧୫ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ ହେଲଥ କାର୍ଡର ଘୋଷଣା କରିଥିଲି। ଆଉ ଆଜି ମାଲକାନଗିରି ପରେ ଦ୍ୱିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ଏହି ଯୋଜନା ଆରମ୍ଭ କରି ମୁଁ ବେଶ ଖୁସି। ରାଜ୍ୟର୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ। ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ। ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ।

ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି। କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ। ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ।

ସ୍ୱାସ୍ଥ୍ୟ ହିଁ ସମ୍ପଦ। ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡିଗଲେ ଚିନ୍ତା ବଢିଯାଏ। କାରଣ ଚିକିତ୍ସା ପାଇଁ ଟଙ୍କା ଚିନ୍ତା ବଢାଇଥାଏ। ଏଥିପାଇଁ କିଏ ଜମି ବିକେ, କିଏ ପୁଣି ସୁନା ଗହଣା ବନ୍ଧା ପକାଏ। ଏପରିକି ଚିକିତ୍ସା ଖର୍ଚ୍ଚ ପାଇଁ କେହି କେହି ପିଲାଙ୍କର ପାଠପଢା ମଧ୍ୟ କରିଥାନ୍ତି। ଆଉ ଏକଥା ଜାଣିବା ପରେ ମୋତେ ବହୁତ ଦୁଃଖ ଲାଗିଲା। କିନ୍ତୁ ଏବେ ଏହି ସ୍ମାର୍ଟ କାର୍ଡ ଦୁଃଖ ଲାଘବ କରିବ। ରାଜ୍ୟବାସୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି। ତେଣୁ ଚିକିତ୍ସା ବାବଦ ଟଙ୍କାକୁ ସଞ୍ଚୟ କରିବା ସହ ପିଲାଙ୍କ ପାଠପଢା ଓ ଘର ପିଛା ଖର୍ଚ୍ଚ କରିପାରିବେ। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନହେଉ। ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ବୋଲି ନବୀନ କହିଛନ୍ତି।

Leave A Reply

Your email address will not be published.