Odisha Link
Bridging the Missing Links in Odisha

ଆଜି ସୁନ୍ଦରଗଡ଼ରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗସ୍ତରେ ଅବସରରେ ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ। ଜିଲ୍ଲାର ୧୫ ଲଷ ୯ ହଜାର ୮୨୧ ଜଣ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ପାଇବେ।

ଆଜି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨ ଜଣ ମନ୍ତ୍ରୀ ଉପସ୍ଥିତ ରହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ରାଉରକେଲା ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ରାଉରକେଲା ବିମାନ ବନ୍ଦରରୁ ବାହାରି ୧୧ଟା ୫ ମିନିଟ୍ ରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ପହଞ୍ଚିବେ। ୧୧ଟା ୨୭ ମିନିଟ୍ ରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡର ବଣ୍ଟନର ଶୁଭାରମ୍ଭ କରିବେ। ୧୧ଟା ୩୬ ମିନିଟରେ ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣର କରିବେ।

୫୮୦ କୋଟି ୮୨ ଲଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୭୬ କୋଟି ୬୮ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ। ଏହାସହ ୨୦୪ କୋଟି ୧୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।

ଜିଲ୍ଲାର ୧୭ ବ୍ଲକରେ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ। ଜଣେ ଲେଖାଏଁ ମନ୍ତ୍ରୀ ଏବଂ ଉପଦେଷ୍ଟା ଯୋଗଦେଇ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ମୁତୟନ କରାଯାଇଛି। ବାଲିଶଙ୍କରା ବ୍ଲକରେ ଉଚ୍ଚ ଶିକ୍ଷା ଓ କୃଷିମନ୍ତ୍ରୀ ଅରୁଣ ସାହୁ, ବଣାଇ ବ୍ଲକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଲହୁଣୀପଡା ବ୍ଲକରେ ଶିଳ୍ପ, ଶକ୍ତି ଓ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସବଡେଗା ବ୍ଲକରେ ଆଦିବାଦୀ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଟାଙ୍ଗରପାଲି ବ୍ଲକରେ ପର୍ଯ୍ୟଟନ ଓ ସଂସ୍କୃତିମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବଡଗାଁରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କୁତ୍ରାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଲାଠିକଟା ବ୍ଲକରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସୁନ୍ଦରଗଡ ପୌରପାଳିକାରେ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ହେମଗିରି ବ୍ଲକରେ ଇସ୍ପାତ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ରାଜଗାଙ୍ଗପୁର ବ୍ଲକରେ ନଗର ଉନ୍ନୟନ ଓ ଆଇମନ୍ତ୍ରୀ ପ୍ରତାପ ଜେନା, କୋଇଡା ବ୍ଲକରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରିବେ

Leave A Reply

Your email address will not be published.