Odisha Link
Bridging the Missing Links in Odisha

ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗ

କଟକ: ମୂର୍ତ୍ତି ଉଚ୍ଚତାକୁ ନେଇ ଲାଗି ରହିଛି ବିବାଦ। ଏସବୁ ମଧ୍ୟରେ ହାଇକୋର୍ଟ ଗଲା ମୂର୍ତ୍ତି ଉଚ୍ଚତା ବିବାଦ ମାମଲା। କଟକ ବାଲୁବଜାର ପୂଜା କିମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଛି। ସବୁଠୁ ବଡ଼କଥା ହେଲା ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ଏସ୍‌ଆରସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏଥିସହିତ ୫ ଶହ ବର୍ଷର ପୁରୁଣା ପରମ୍ପରା ବଜାୟ ରଖିବାକୁ କୋର୍ଟରେ ପୂଜା କମିଟି ପକ୍ଷରୁ ଆବେଦନ ହୋଇଛି।

ଅପରପକ୍ଷେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କଟକଣାର ଜୋରଦାର ପ୍ରତିବାଦ ହେଉଛି। ଗତକାଲି ରାଜରାସ୍ତାକୁ ଓହ୍ଲାଇଥିଲା କଟକ ବିଜେପି। କଟକ ନଗର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଲଗାଣ ବର୍ଷାକୁ ଖାତିର ନକରି ରାସ୍ତାରେ ପ୍ରତିବାଦ କରିଥିଲେ ଶତାଧିକ ବିଜେପି କର୍ମୀ।

ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। ହେଲେ ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ, ଲୋକେ ଆକର୍ଷିତ ହେବେ ଓ ମଣ୍ଡପରେ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ କରୋନା ସଂକ୍ରମଣ ବୃଦ୍ଧି ହେବାର ଆଶଙ୍କ ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.