୧୭ରୁ ଆଉ ଏକ ଲଘୁଚାପ
ଭୁବନେଶ୍ବର: ଆସନ୍ତା୧୭ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୧୮ତାରିଖ ସୁଦ୍ଧା ଉତ୍ତର ଓଡିଶାର ଉପକୂଳରେ ପହଞ୍ଚିବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରାଯାଇଛି।
କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍କାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପରିମାଣ ଧୀରେଧୀରେ ବଢ଼ିବ।