Odisha Link
Bridging the Missing Links in Odisha

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ଏସ୍‌ଆରସି

ଭୁବନେଶ୍ବର: ଉପରମୁଣ୍ଡରେ ବର୍ଷା ଜାରି ରହିଥିବାରୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି। ତେବେ ଏଥିପାଇଁ ମହାନଦୀ ଅବବାହିକାରେ ବିଶେଷ କ୍ଷତି ହେବ ନାହିଁ ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି।

ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି ଯେ, ବନ୍ୟା ମୁକାବିଲା ପାଇଁ ଜଳସଂପଦ ବିଭାଗର ସମସ୍ତ କର୍ମଚାରୀ ତତ୍ପର ଅଛନ୍ତି। ହୀରାକୁଦ ଜଳଭଣ୍ଡାରର ଜଳସ୍ତରକୁ ୬୨୮ ଫୁଟ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ବଳକା ଜଳକୁ ନିଷ୍କାସନ କରିବାକୁ ଅଧିକ ଗେଟ୍ ଖୋଲାଯିବ । ଏବେ ୧୩ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଅଧିକ ଗେଟ ଖୋଲାଯିବା ପରେ ମୁଣ୍ଡୁଳିଠାରେ ଘଣ୍ଟାପ୍ରତି ୭ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।

ଲଗାଣ ବର୍ଷା ଯୋଗୁଁ ରାଜ୍ୟର ୨୧ଟି ଜିଲ୍ଲା ପ୍ରଭାବିତ ହୋଇଛି। ପ୍ରାୟ ୨୦ ଲକ୍ଷ ୪୮ ହଜାର ଲୋକ ପ୍ରଭାବିତ ହୋଇଛନ୍ତି ଓ ୩୮୪୮ଟି ବାସଗୃହ କ୍ଷତିଗ୍ରସ୍ତ ହୋଇଛି।

Leave A Reply

Your email address will not be published.