Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୭୭ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଶିଶୁମାନେ ଅଧିକ କରୋନାରେ ସଂକ୍ରମିତ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୫୯ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୯୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.