Odisha Link
Bridging the Missing Links in Odisha

ଘୂର୍ଣ୍ଣିବଳୟ: ୧୯ ଓ ୨୦ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ଏନେଇ ସୂନଚା ଦେଇ ଆଇଏମ୍‌ଡି ମହାନିର୍ଦ୍ଦେଶକ କହିଛନ୍ତି, ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୧୮ ତାରିଖ ସନ୍ଧ୍ୟା ପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ, ୨ଟି ଜାଗାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି କିମ୍ବା ଆସନ୍ତା କାଲି ଓଡ଼ିଶାରେ ବର୍ଷାର ସମ୍ଭାବନା ନାହିଁ। ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନ ବର୍ଷା ହେବାର ସମ୍ଭାବନା ନାହିଁ। ସେଠାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ନାହିଁ।

୧୯ ଓ ୨୦ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଜଗତସିଂହପୁର ଜିଲ୍ଲାରେ ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ହେଲେ, ପୂର୍ବ ବର୍ଷା ତୁଳନାରେ ଏଥର କମ୍‌ ବର୍ଷା ରହିବ। ସେପରି ବର୍ଷା ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

Leave A Reply

Your email address will not be published.