Odisha Link
Bridging the Missing Links in Odisha

୫ ଦିନ ବନ୍ଦ ରହିବ ଭୁବନେଶ୍ବର ଉପ-ଜିଲ୍ଲାପାଳ ଓ ତହସିଲ୍‌ କାର୍ଯ୍ୟାଳୟ

ଭୁବନେଶ୍ବର: ଅଜିଠୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଭୁବନେଶ୍ବର ଉପ-ଜିଲ୍ଲାପାଳ କାର୍ଯ୍ୟାଳୟ ଓ ତହସିଲ୍‌ କ୍ୟାର୍ଯ୍ୟାଳୟ। ସେପ୍ଟେମ୍ବର ୨୧ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ବିଏମସି ପକ୍ଷରୁ ସୂଚନା ରହିଛି। ଉଭୟ ଅଫିସର ୫ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଥିବା ବିମଏସି ପକ୍ଷରୁ କୁହାଯାଇଛି। ବିଏମସି ପକ୍ଷରୁ ୧୭ ତାରିଖ ଓ ୧୮ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଛି। ହେଲେ କାର୍ଯ୍ୟାଳୟ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଭୁବନେଶ୍ବର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

Leave A Reply

Your email address will not be published.