Odisha Link
Bridging the Missing Links in Odisha

ସିବିଆଇ ମୁଖ୍ୟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀସ୍ଥିତ ସିବିଆଇ ମୁଖ୍ୟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। କୌଣସି କାରଣରୁ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦିଲ୍ଲୀର ଲୋଧି ରୋଡ ଅଞ୍ଚଳସ୍ଥ ସିଜିଓ କ‌ମ୍ପଲେକ୍ସ ନିକଟରେ ଥିବା ସିବିଆଇ ମୁଖ୍ୟକାର୍ଯ୍ୟାଳୟ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା।

ଖବରପାଇ ଅଗ୍ନିଶମ ବାହିନୀର ୮ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏହି କାର୍ଯ୍ୟାଳୟ ଭିତରେ ଥିବା ସମସ୍ତ ଅଧକାରୀ ଓ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କାହାରି କିଛି କ୍ଷତି ହୋଇନାହିଁ।

ସିବିଆଇ ମୁଖ୍ୟ କାର୍ଯ୍ୟାଳୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ରହିଥିବା ବେଳେ ଅଗ୍ନିକାଣ୍ଡରେ କ’ଣ ସବୁ ନଷ୍ଟ ହୋଇଛି ତା’ର ସୂଚନା ମିଳିପାରିନାହିଁ। ତେବେ ନିଆଁ କେଉଁ କାରଣ ପାଇଁ ଲାଗିଲା ତାହାର ତଦନ୍ତ ଚାଲିଛି।

Leave A Reply

Your email address will not be published.