Odisha Link
Bridging the Missing Links in Odisha

ଆଜିଠୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ୬୪ ଅଙ୍କ ଆରମ୍ଭ

ପୁରୀ: ଆଜି ପବିତ୍ର ସୁନିଆ ଅବସରରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ‘ସୁନିଆ’ ଉତ୍ସବ। ଆଜିଠାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କର ୬୪ ଅଙ୍କ ଆରମ୍ଭ ହୋଇଛି। ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ତ୍ୱ। ଏହି ଅବସରରେ ଗଜପତିଙ୍କ ଅଭିଷେକ ଉତ୍ସବ ଆୟୋଜନ କରାଯାଇଛି। ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ପରମ୍ପରା ରହିଛି।

ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନଅର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥାନ୍ତି। ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଛି।

ଆଜିର ଦିନରେ କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି ଗଜପତି ମହାରାଜା। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଇଥାଏ।

Leave A Reply

Your email address will not be published.