Odisha Link
Bridging the Missing Links in Odisha

ରାଜ୍ୟରେ ଦିନକରେ ୫୧୦ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୭୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୪୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୭୦୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୯୩୧୯୧୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.