Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପ।ଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.