Odisha Link
Bridging the Missing Links in Odisha

ହାତୀ ଉଦ୍ଧାର ବେଳେ ବୋଟ୍ ଓଲଟି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ

କଟକ: ହାତୀ ଉଦ୍ଧାର ବେଳେ ବୋଟ୍ ଓଲଟି ବଡ ଅଘଟଣ। ବୋଟ୍ ଓଲଟି ଭାସି ଯାଇଥିବା ଓଟିଭି ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ। ବୋଟ୍ ଓଲଟିବା ପରେ ଓଡ୍ରାଫ୍ ଟିମ୍ ସହ ଘରୋଇ ଟିଭି ଚ୍ୟାନେଲର ପ୍ରତିନିଧି ଓ କ୍ୟାମେରାମ୍ୟାନ ଭାସି ଯାଇଥିଲେ

ନଦୀର ପ୍ରଖର ସ୍ରୋତରେ ଫସିଥିବା ଓଡ୍ରାଫ୍‌ ଟିମ୍‌, ଓଟିଭି ପ୍ରତିନିଧି ଓ ଅନ୍ୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଦୁଃଖଦ ଘଟଣା, ଏଥିରେ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି। ଅରିନ୍ଦମଙ୍କ ମୃତ୍ୟୁ ନେଇ ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି।

କଟକ ବଡ଼ ମେଡିକାଲରେ ଡାକ୍ତର ତାଙ୍କୁ ରିସିଭ୍ ଡେଡ୍ ଘୋଷଣା କରିଛନ୍ତି। ବର୍ତ୍ତମାନ ପ୍ରଭାତ SCBରେ ଆଇସିୟୁରେ ଅଛନ୍ତି। ଏନେଇ SCB ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.