Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା: ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା‌ ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା‌, କୋରାପୁଟ, ମାଳକାନଗିରି, ପୁରୀ, ଖୋର୍ଧା, ନୟାଗଡ଼, କଟକ ଓ ସୁନ୍ଦରଗଡ଼ ଆଦି ରହିଛି।

ସେହିପରି ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା‌, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି।

ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେପ୍ଟେମ୍ବର ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.