ଆଜି ଭାରତ ବନ୍ଦ

ଭୁବନେଶ୍ବର: ଆଜି ଭାରତ ବନ୍ଦ। ବନ୍ଦ ଡାକରା ଦେଇଛି ଭାରତୀୟ କୃଷକ ମୋର୍ଚ୍ଚା। କୃଷକଙ୍କ ବନ୍ଦ ଡାକରାକୁ ଓଡ଼ିଶାର କଂଗ୍ରେସ ସମେତ ୭ଟି ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହା ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ ।
ତେବେ ଅତ୍ୟାବଶ୍ୟକ ସେବା ବନ୍ଦ ପାଳନରୁ ବାଦ ପଡ଼ିବେ ସଂଗଠନମାନଙ୍କ ପକ୍ଷରୁ କୁହାଯାଇଛି। ଟ୍ରେନ୍ ଜରୁରୀକାଳିନ ସେବା, କ୍ଷୀର ଆଦି ଉପରେ ପ୍ରଭାବ ପଡିବ ନାହିଁ। ରାଜ୍ୟର ସବୁଠି କଂଗ୍ରେସ କର୍ମୀ ବନ୍ଦରେ ସାମିଲ ହେବା ସହ ବିକ୍ଷୋଭ ପ୍ରଦର୍ଶନ କରିବେ। ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିଲାଗି ସାରା ରାଜ୍ୟରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ବନ୍ଦ ସମୟରେ ଦେଶର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଶିଳ୍ପାନୁଷ୍ଠାନ ଆଦି ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିବାରୁ ଏହି ସବୁ ପ୍ରତିଷ୍ଠାନ ଓଡ଼ିଶାରେ ବନ୍ଦ ରହିବ ବୋଲି ବିଭିନ୍ନ ସଂଗଠନ ପକ୍ଷରୁ କୁହାଯାଇଛି। ବସ୍ ଚଳାଚଳ ମଧ୍ୟ ବନ୍ଦ ରହିବ।
ତେବେ ଅତ୍ୟାବଶ୍ୟକ ସେବା ବନ୍ଦ ପାଳନରୁ ବାଦ ପଡ଼ିବେ ସଂଗଠନମାନଙ୍କ ପକ୍ଷରୁ କୁହାଯାଇଛି। ଲୋକସେବା ଭବନ, ରାଜୀବ ଭବନ, ଖାରବେଳ ଭବନରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ପୂର୍ବାହ୍ନ ୯ଟା ୩୦ ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି। ଲୋକସେବା ଭବନର ମୁଖ୍ୟ ଫାଟକ ପୂର୍ବାହ୍ନ ୧୦ଟା ୧୫ରେ ବନ୍ଦ କରାଯିବ। ଏହାପରେ ପଛ ଗେଟ୍ ଦେଇ କର୍ମଚାରୀ ଓ ପାସ୍ ପାଇଥିବା ଲୋକମାନେ ଯାତାୟତ କରିପାରିବେ ବୋଲି କୁହାଯାଇଛି।