ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୨୬ବୃଦ୍ଧି ପାଇଛି

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୫୦,୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨,୧୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦,୪୦,୧୩୯ ଜଣ ସୁସ୍ଥ ହୋଇଛନ୍ତି ।