Odisha Link
Bridging the Missing Links in Odisha

ଦିନକରେ ୨୫୫ ପଜିଟିିଭ ଚିହ୍ନଟ

ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟ୍ୟା ୧୦,୫୦,୭୬୦ରେ ପହଁଞ୍ଚିଛି

ଭୁବନେଶ୍ବର: ସାରା ଦେଶରେ ଏବେ ଓମିକ୍ରନ୍‌ ଚିନ୍ତା। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟ୍ୟା ୧୦,୫୦,୭୬୦ରେ ପହଁଞ୍ଚିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ ଜଣ କ୍ବାରାଣ୍ଟିନ୍‌ରେ ରହିଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହିିତ ୧୮ ବର୍ଷରୁ କମ୍‌ ବୟସର ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୨୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୫୦,୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨,୧୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦,୪୦,୧୩୯ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.