Odisha Link
Bridging the Missing Links in Odisha

ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ-୫ମ ଶ୍ରେଣୀ

ଭୁବନେଶ୍ବର: ଦେଶରେ ଓମିକ୍ରନ୍‌ ମାମଲା ବଢ଼ୁଥିବା ବେଳେ ପ୍ରଥମରୁ ୫ମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ସରକାର। ରାଜ୍ୟରେ ଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ୨୭ ହଜାର ବିଦ୍ୟାୟକୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।

ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସମାଟିଭ୍‌-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏଥିପାଇଁ ମଧ୍ୟାହ୍ନ ଭୋଜନ  ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଡ୍ରାଇ ରାସନ୍‌ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।