Odisha Link
Bridging the Missing Links in Odisha

ଆଜିଠୁ ମାଟ୍ରିକ୍‌ ସମେଟିଭ୍-୧ ପରୀକ୍ଷା

ଭୁବନେଶ୍ବର: ଆଜିଠୁ ଆରମ୍ଭ ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ।

ପ୍ରଥମ ୩ ଦିନ ୨ଟି ସିଟିଂ ହେବ ଥିଓରି ପରୀକ୍ଷା। ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ପରୀକ୍ଷା ପାଇଁ ୩ ହଜାର ୯୩ କେନ୍ଦ୍ର କରାଯାଇଥିବା ବେଳେ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ସେଥିମଧ୍ୟରୁ ୨୨ଟି ଥାନାରେ ରଖାଯାଇଛି ପ୍ରଶ୍ନପତ୍ର। ମୋଟ ୫ ଲକ୍ଷ ୭୬ ହଜାର ୨୨୩ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ମାସ୍କ ପିନ୍ଧିବା ଓ କରୋନା ନିୟମ ମାନିବା ବାଧ୍ୟତାମୂଳକ କରାଯାଇଛି।

ଅପରପକ୍ଷେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ଆଗକୁ ତୃତୀୟ ଲହର ଆସିପାରେ। ପରୀକ୍ଷାକୁ ଶୃଙ୍ଖଳିତ କରିବା ସହ ସମ୍ପାଦନ ସାରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରୀକ୍ଷା ଦ୍ଵାରା ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ବାସ ବଢିବ। କରୋନା ଯୋଗୁଁ ଯଦି ଆଗକୁ ପରିସ୍ଥିତି ଭୟାନକ ହୁଏ, ତାହେଲେ ସମେଟିଭ ପରୀକ୍ଷା ମାଟ୍ରିକ୍ ଫଳାଫଳ ପ୍ରକାଶ ପାଇଁ ଉପଯୋଗୀ ହେବ। ଏହା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି ମନ୍ତ୍ରୀ କହିଛନ୍ତି।

ଗଣଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସକାଳ ସାଢ଼େ ୮ଟା ବେଳେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରଗୁଡ଼ିକରେ ପହଞ୍ଚିବ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ କରାଯାଇଛି। ସାମାଜିକ ଦୂରତା ଓ ମାସ୍କ ପରିଧାନ ଉପରେ ଗରୁତ୍ୱ ଦିଆଯାଇଛି। ପ୍ରତିଟି ଶ୍ରେଣୀରେ ୨୪ ଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେବା ନେଇ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.