Odisha Link
Bridging the Missing Links in Odisha

ଓଡ଼ିଶାକୁ ଫେରିଲା ନାଇଟ୍‌କର୍ଫ୍ୟୁ, ବନ୍ଦ ରହିବ କ୍ଲାସରୁମ୍‌ ପାଠପଢ଼ା

ଭୁବନେଶ୍ବର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ନଜରରେ ରଖି ବଡ଼ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା। ଆଜି ଅପରାହ୍ନରେ ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ନେଇ ନୂଆ ଗାଇଡଲାଇନ୍‌ ଜାରରି କରିଛନ୍ତି।

ରାଜ୍ୟର ସମସ୍ତ ସହରାଞ୍ଚଳରେ ଏଣିକି ରାତି ୯ଟାରୁ ନାଇଟ୍‌କର୍ଫ୍ୟୁ ଲାଗୁ କରାଯାଇଛି। ଏହାସହିତ ରାଜ୍ୟରେ ବନ୍ଦ ରହିବ କ୍ଲାସରୁମ୍‌ ପାଠପଢ଼ା। ପୂର୍ବପରି ଅନଲାଇନରେ ପାଠପଢ଼ା ଜାରି ରହିବ ବୋଲି କହିଛନ୍ତି।

ନୂଆ ଗାଇଡଲାଇନ୍‌ ଅନୁଯାୟୀ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ୍‌।ଏହା ସହିତ ୧୦୦ ଲୋକଙ୍କୁ ନେଇ ବିବାହ କାର୍ଯ୍ୟ ଏବଂ ବ୍ରତଘର କାର୍ଯ୍ୟ ଚାଲୁରହିବ । ଚାଲୁ ରହିବ ମାଟ୍ରିକ୍‌ ସମେଟିଭ୍‌ ପରୀକ୍ଷା। ସମସ୍ତ ସ୍କୁଲ କଲେଜରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରହିବ। କ୍ଲାସ ବନ୍ଦ ରହିଲେ ବି ଅନଲାଇନ ପାଠପଢ଼ା ଚାଲୁ ରହିବ। ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ଛୋଟ ଛୋଟ ବ୍ୟାଚ୍ ଡାଉଟ୍ କ୍ଲିୟରିଂ କ୍ଲାସ କରିପାରିବେ।

Leave A Reply

Your email address will not be published.