Odisha Link
Bridging the Missing Links in Odisha

୧୦ରୁ ସମସ୍ତ ବିଶ୍ବବିଦ୍ୟାଳୟ, କଲେଜ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ କରୋନା ସଂକ୍ରମଣ। ୭ ମାସ ପରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦୩ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ରାଜ୍ୟ ସରକାରଙ୍କ ପାଇ ଚିନ୍ତାର ବିଷୟ ପାଲଟିଛି। ଏସବୁ ମଧ୍ୟରେ ରାଜ୍ୟ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି।

କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ରାଜ୍ୟ ସରକାର ଜାନୁଆରୀ ୧୦ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାୟ ଓ ବିଶ୍ବବିଦ୍ୟାଳୟ ବନ୍ଦ ରହିବ ବୋାଲି ବଡ଼ ଘୋଷଣା କରିଛଛନ୍ତି। ଏଥିସହିତ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡ଼ିକ ମଧ୍ୟ ବନ୍ଦ ରହିବ। ତେବେ ମେଡିକାଲ ଓ ନର୍ସିଂ କଲେଜ ଗୁଡ଼ିକୁ ଏଥିରୁ ବାଦ୍ ଦିଆଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Leave A Reply

Your email address will not be published.