Odisha Link
Bridging the Missing Links in Odisha

ଏହି ସବୁ ଜିଲ୍ଲାରେ ହେବ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଦଳୁଛି ପାଗ। ଯାହା ବଦଳରେ ରାଜ୍ୟରେ ୨ରୁ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ପାରଦ। ଏଥିସହିତ ରାଜ୍ୟର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ବାସ ପୂର୍ବାନୁମାନ କରି କହିଛନ୍ତି, ଶନିବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । ମାତ୍ର ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୩ରେ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି।

ସେହିପରି ରାଜ୍ୟରେ ବର୍ତ୍ତମାନ ସ୍ୱାଭାବିକଠୁ ଅଧିକ ତାପମାତ୍ରା ରହିଥିବା ବେଳେ ଆହୁରି ଦୁଇଦିନ ଅଧିକ ରହିବ ତାପମାତ୍ରା । ୨-୩ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ବଢ଼ିବ । ଶୀତ କମିବ । ସେହିପରି ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

Leave A Reply

Your email address will not be published.