Odisha Link
Bridging the Missing Links in Odisha

ପଞ୍ଚାୟତ ନିର୍ବାଚନ: ସରିଲା ପ୍ରଥମ ପର୍ଯ୍ୟାୟ, ୨୩ଟି ସ୍ଥାନରେ ହେଲାନି ଭୋଟିଂ

ନ ୧ଟା ସୁଦ୍ଧା ରାଜ୍ୟରେ ୬୦ ପ୍ରତିଶତ ମତଦାନ ହୋିଛି। ଏନେଇ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି।

ଓଏଲ୍‌ ବ୍ୟୁରୋ: କରୋନା କାଳରେ ରାଜ୍ୟରେ ଅନୁଷ୍ଠିତ ହୋଇଛି ପଞ୍ଚାୟତ ନିର୍ବାଚନ ୨୦୨୨। କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ମତଦାନ ପ୍ରକ୍ରିୟା ହୋଇଥିଲା। ଦିନ ୧ଟା ସୁଦ୍ଧା ରାଜ୍ୟରେ ୬୦ ପ୍ରତିଶତ ମତଦାନ ହୋିଛି। ଏନେଇ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି।

ସବୁଠୁ ବଡ଼ କଥା ହେଲା ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ମୋଟ ୨୩ଟି ସ୍ଥାନରେ ମତଦାନ ବନ୍ଦ ରହିଛି। ୨୩ଟି ସ୍ଥାନ ମଧ୍ୟରୁ ଗୋଟିଏ ଜିଲ୍ଲା ପରିଷଦ, ୬ଟି ସରପଞ୍ଚ ପଦବୀ, ୩ଟି ପଞ୍ଚାୟତ ସମିତି ସଭ୍ୟ, ୧୩ଟି ଓ୍ବାର୍ଡମେମ୍ବର ପଦବୀରେ ନିର୍ବାଚନ ବନ୍ଦ ହୋଇଛି । ଆଉ ୪ ପର୍ଯ୍ୟାୟ ମତଦାନ ବାକିଥିବା ବେଳେ ଉକ୍ତ ସମୟରେ ବନ୍ଦ ହୋଇଥିବା ସ୍ଥାନରେ ମଧ୍ୟ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ରାଜ୍ୟର କିଛି ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଥିବା ବେଳେ ଆଉ ସମସ୍ତ ସ୍ଥାନରେ ସୁୂରୁଖରୁରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ଆଜି ୨ଶହ ଜିଲ୍ଲା ପରିଷଦ ଜୋନ୍ ଓ ୧ ହଜାର ୬ ଶହ ୬୯ ସରପଞ୍ଚ ଓ ସମାନ ସଂଖ୍ୟକ ସମିତି ସଭ୍ୟ ପଦ ପାଇଁ ଭୋଟ୍ ଗ୍ରହଣ ହୋଇଛି।

ଭୋଟ୍ ଗ୍ରହଣ ସରିବା ପରେ ବାଲାଟ୍ ବକ୍ସଗୁଡ଼ିକୁ ସିଲ୍ କରାଯାଇଛି । ସେଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ବ୍ଲକ୍ ହେଡକ୍ୱାଟର୍ସର ଷ୍ଟ୍ରଙ୍ଗ ରୁମ୍‌କୁ ନିଆଯାଉଛି । ସବୁ ପର୍ଯ୍ୟାୟ ଭୋଟ୍ ସରିଲେ ୨୬ ତାରିଖରୁ ଭୋଟ୍ ଗଣତି ଆରମ୍ଭ ହେବ।

Leave A Reply

Your email address will not be published.