Odisha Link
Bridging the Missing Links in Odisha

କାଲିଠୁ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।