Odisha Link
Bridging the Missing Links in Odisha

ଆଉ ନାହାନ୍ତି ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ୍‌ ନେତା ହେମାନନ୍ଦ ବିଶ୍ବାଳ। ମୃତ୍ୟୁବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ସେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ମୃତ୍ୟୁ ସମ୍ପର୍କରେ ତାଙ୍କ ଝିଅ ସୁନୀତା ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସ୍ବର୍ଗତ ହେମାନନ୍ଦ ବିଶ୍ୱାଳ ରାଜ୍ୟର ଏକମାତ୍ର ଆଦିବାସୀ ନେତା ଯିଏ ୨ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୩ ମାସ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୯୯୯ ଡିସେମ୍ବର ୬ରୁ ୨୦୦୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୮ ମାସ ଧରି ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ପରଠୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନବୀନ ପଟ୍ଟନାୟକ ତୁଲାଉଛନ୍ତି।

୭୦ଦଶକରେ ପଞ୍ଚାୟତ ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଶ୍ରୀ ବିଶ୍ୱାଳ ୧୯୭୪ ମସିହାରେ ପ୍ରଥମଥର ବିଧାୟକ ହୋଇଥିଲେ। ସେ ୨୦୦୯ ମସିହାରେ ସୁନ୍ଦରଗଡ଼ରୁ ସାଂସଦ ଭାବେ ମଧ୍ୟ ବିଜୟୀ ହୋଇଥିଲେ । ସେ ଜଣେ ବରିଷ୍ଠ ଆଦିବାସୀ ନେତା ଭାବେ କଂଗ୍ରେସରେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ିଯାଇଛନ୍ତି।

Leave A Reply

Your email address will not be published.