Odisha Link
Bridging the Missing Links in Odisha

ଓଡ଼ିଶା ୧ ନମ୍ବର, ରାଜ୍ୟରେ ୭୯ଟି ଶୀତଳ ଭଣ୍ଡାର ଅଚଳ

ଓଏଲ୍‌ ବ୍ୟୁରୋ: କରୋନା କାଳରେ ରାଜ୍ୟରେ ବଢ଼ିଛି କୃଷୀ ଉତ୍ପାଦନ। ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ଏଥିସହିତ ସମଗ୍ର ଦେଶରେ ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡ଼ିଶା ୧ ନମ୍ବର ରାଜ୍ୟ ହୋଇଛି।

ସେହିପରି ବାଇଗଣ ଉତ୍ପାଦନରେ ଓଡ଼ିଶାରେ ଦୁଇ ନମ୍ବରରେ ରହିଛି। ସେହିପରି ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ଓଡ଼ିଶା ଚର୍ତୁଥ ସ୍ଥାନରେ ରହିଛି। ବିଦେଶକୁ ୭୦୦ ମେଟ୍ରିକ ଟନ୍ ଚାଉଳ ପଠା ଯାଉଥିବା ବେଳେ ଆଗକୁ ୧ ହଜାର ମେଟ୍ରିକ ଟନ୍ ଚାଉଳ ପଠାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ବିଧାନସଭାର ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ଉତ୍ତର ରଖିଛନ୍ତି।

ରାଜ୍ୟରେ ମୋଟ ୧୨୩ ଟି ଶୀତଳ ଭଣ୍ଡାର ଥିବା ବେଳେ ସେଥି ମଧ୍ୟରୁ ୭୯ଟି ଅଚଳ। ସଚଳ ଥିବା ଶୀତଳ ଭଣ୍ଡାର ମଧ୍ୟରୁ କୃଷି ବିଭାଗର ୪ ଶୀତଳ ଭଣ୍ଡାର ରହିଛି। ଯାହାର କ୍ଷମତା ୪ ହଜାର ମେଟ୍ରିକ ଟନ୍। ସମବାୟ ବିଭାଗ ଅଧୀନରେ ୧୮ଟି ଶୀତଳ ଭଣ୍ଡାର ରହିଛି। ଏଥିରୁ କେତେ ଅଚଳ ଓ କେତେ ସଚଳ ତାହାର ତଥ୍ୟ ମୋ ପାଖରେ ନାହିଁ ବୋଲି କହିଛନ୍ତି ଅରୁଣ ସାହୁ।

ଏହା ସହ ଆହୁରି କହିଛନ୍ତି ଯେ ଯେହେତୁ ଶୀତଳ ଭଣ୍ଡାର ଗୁଡିକୁ ଶିଳ୍ପ ଭାବେ ଗଣା ଯାଉଛି ତାହାର ବିଦ୍ୟୁତ ଦର ୟୁନିଟ ପିଛା ୪ଟଙ୍କା ୩୦ ପଇସା ରହିଛି । ତେଣୁ ରାଜ୍ୟ ସରକାର ଓଇଆରସି କୁ ପ୍ରସ୍ତାଵ ଦେଇଛନ୍ତି ଶୀତଳ ଭଣ୍ଡାର ଗୁଡିକୁ କୃଷି ଭିତ୍ତିକ ଶିଳ୍ପରେ ପରିଣତ କରିବା ପାଇଁ ।

Leave A Reply

Your email address will not be published.