Odisha Link
Bridging the Missing Links in Odisha

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଓଏଲ୍‌ ବ୍ୟୁରୋ: ରାଜ୍ୟରରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର।

ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ସକାଳୁଆ ହେବ ସ୍କୁଲ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସାଢ଼େ ୬ରୁ ୧୦ଟା। ନବମରୁ ଦଶମ ଶ୍ରେଣୀ ସକାଳ ୭ଟାରୁ ୧୧ଟା। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ବର୍ତ୍ତମାନ ସମୟରେ ରାଜ୍ୟ ତମାମ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଆଗକୁ ମଧ୍ୟ ଗ୍ରୀଷ୍ମ ପ୍ରବାହ ବଢିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରି ସାରିଛି। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି। ଯାହା ଫଳରେ ସାରା ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ବଲାଙ୍ଗିର ସମେତ ରାଜ୍ୟର ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଡେଇଁଛି। ଏସବୁ ଅଞ୍ଚଳରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଛି। ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.