Odisha Link
Bridging the Missing Links in Odisha

କାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ପୂର୍ବରୁ ହୋଇଥିବା ନିତି ଆୟୋଗ ବୈଠକରେ ଯୋଗ ଦେଇନଥିଲେ ନବୀନ।

ଓଏଲ୍‌ ବ୍ୟୁରୋ : ଶନିବାର ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬ ତାରିଖରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁଥିବା ସ୍ୱାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ହୋଇଥିବା ନିତି ଆୟୋଗ ବୈଠକରେ ଯୋଗ ଦେଇନଥିଲେ ନବୀନ। ତାଙ୍କ ଯାଗରେ ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ବୈଠକରେ ଯୋଗ ଦେଇଥାନ୍ତି। କିନ୍ତୁ ଚଳିତଥର ନୀତି ଆୟେୋଗ ବୈଠକରେ ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତି ରହିବେ।

ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବା ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗ ଉପସ୍ଥାପନା କରିବେ ବୋଲି ଜଣାପଡ଼ିଛି। ଏହାର ପରଦିନ ଅଗଷ୍ଟ ୮ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.