Odisha Link
Bridging the Missing Links in Odisha

ରାଜ୍ୟରେ ବଢ଼ିବ ବର୍ଷା, ୟେଲୋ ଓ୍ବାର୍ଣ୍ଣିଂ ଜାରି

ପାଣିପାଗ ବିଭାଗର ଆକଳନ କହୁଛି, ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୭ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

ଓଏଲ୍‌ ବ୍ୟୁରୋ: ଚାଷୀକୂଳ ପାଇଁ ଭଲ ଖବର। ରାଜ୍ୟରେ ବଢ଼ିବ ବର୍ଷା। କାରଣ ଆଗକୁ ଆସୁଛି ୨ଟି ଲଘୁଚାପ। ଦିନେ ଦୁଇ ଦିନ ଭିତରେ ଏକ ଲଘୁଚାପ ହେବାକୁ ଥିବାବେଳେ ଅଗଷ୍ଟ ୧୩-୧୪ ଆଡ଼କୁ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗର ଆକଳନ କହୁଛି, ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୭ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ବର୍ତ୍ତମାନ ମୌସୁମୀ ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି। କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ।

ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ। ୬ ତାରିଖ ମଧ୍ୟ ସମାନ ସ୍ଥିତି ରହିପାରେ। ୭ ତାରିଖରୁ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତିରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ । ଲଗାଣ ବର୍ଷା ଯୋଗୁ ତଳି ଅଞ୍ଚଳରେ ଜଳବନ୍ଦୀ ଓ ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ଆଶଙ୍କା ଅଛି ।

ଏହାବାଦ୍‌ ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ପୁରୀ, ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୮ ତାରିଖରେ ମଧ୍ୟ ଅଧିକାଂଶ ସ୍ଥାନରେ ବର୍ଷା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ଏହାବାଦ୍‌ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି। ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର।

Leave A Reply

Your email address will not be published.