Odisha Link
Bridging the Missing Links in Odisha

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଓଏଲ୍‌ ବ୍ୟୁରୋ: ଚଳିତବର୍ଷ ଶେଷ ମାସରେ ଆଉ ଏକ ଉପନିର୍ବାଚନ ଦେଖିବ ଓଡ଼ିଶା। ବରଗଡ଼ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ। ଏନେଇ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବାକୁ ଯାଉଛି। ଏଥିଲାଗି ନଭେମ୍ବର ୧୦ରେ ପ୍ରକାଶ ପାଇଁ ବିଧିବଦ୍ଧ ବିଜ୍ଞପ୍ତି । ଏହାପରେ ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ହୋଇଥିବା ବେଳେ ସେହି ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ପରେ ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ। ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି।

Leave A Reply

Your email address will not be published.