Odisha Link
Bridging the Missing Links in Odisha

ପୁରୀରେ ହେବ ଏଏସଆଇର ମୁଖ୍ୟ କାର୍ଯ୍ୟାଳୟ, ପିଏମ୍‌ଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଓଏଲ୍‌ ବ୍ୟୁରୋ : ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ହେବ ସଂରକ୍ଷଣ। ଏହାର ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ହେବ। ଏହି ନିଷ୍ପତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଟ୍ୱିଟ୍ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଆମ ଓଡ଼ିଶା। ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରନ୍ତର ଉଦ୍ୟମ କରୁଛନ୍ତି। ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତି ଏକ ବଡ଼ ପଦକ୍ଷେପ ।

ରାଷ୍ଟ୍ରପତି ହେବା ପରେ ମହାମହିମ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ ଏହି ପଦକ୍ଷେପ ନେଇଥିବାରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.