Odisha Link
Bridging the Missing Links in Odisha

ପରଲୋକରେ ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ

ଡାଏଲିସିସ ପାଇଁ ମେଡିକାଲ ଯିବା ବାଟରେ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ଦେହାନ୍ତ ହୋଇଥିବା ସୂଚନା।

ଓଏଲ୍ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ ଦେହାନ୍ତ। ଡାଏଲିସିସ ପାଇଁ ମେଡିକାଲ ଯିବା ବାଟରେ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ଦେହାନ୍ତ ହୋଇଥିବା ସୂଚନା। ୬୫ ବର୍ଷ ବୟସରେ ହୃଦଘାତରେ ପରଲୋକ।

ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ ଦୀର୍ଘଦିନ ଧରି କିଡନୀ ରୋଗରେ ଆକ୍ରାନ୍ତ ଥିଲେ। ଶ୍ରୀ ନାଏକ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଖୁଣ୍ଟା ଓ ଉଦଳାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦, ୨୦୦୪, ୨୦୧୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଶ୍ରୀ ନାଏକ ବିଜେପିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ।

ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗ ଦେଇଥିଲେ। ନବୀନ ସରକାରରେ ଶ୍ରୀ ନାଏକ ବୟନ ଶିଳ୍ପ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଥିଲେ ଏବଂ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ।

Leave A Reply

Your email address will not be published.