Odisha Link
Bridging the Missing Links in Odisha

ପଦ୍ମପୁର ଉପନିର୍ବାଚନ : ଡିସେମ୍ବର ୨ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ

ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ୨ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଓଏଲ୍‌ ବ୍ୟୁରୋ: ପ୍ରଚାରରେ କମ୍ପୁଛି ପଦ୍ମପୁର । ଉପନିର୍ବାଚନରେ ଲୋକଙ୍କ ମନ ଜିଣିବା ପାଇଁ ଜୋରଦାର ପ୍ରଚାର କରୁଛନ୍ତି ବିଜେଡି, ବିଜେପି ଓ କଂଗ୍ରେସ। ବିଜେଡିର ମାଳ ମାଳ ମନ୍ତ୍ରୀ, ବିଧାୟକ ପ୍ରଚାର କରୁଛନ୍ତି। ସେହିପରି ବିଜେପି ପ୍ରାର୍ଥୀଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଓ ବିଧାୟକ କରୁଛନ୍ତି ଜୋରଦାର ପ୍ରଚାର। ସେହିପରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତିି କଂଗ୍ରେସର ବରିଷ୍ଠ ନେତା। ଏସବୁ ମଧ୍ୟରେ ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମୈଦାନକୁ ଓହ୍ଲାଇ ରାଜ୍ୟ ସରକାରଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ଅନ୍ୟପଟେ ଡିସେମ୍ବର ୨ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି ।

ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ୨ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁରର ତିନୋଟି ବ୍ଲକ ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବା କାର୍ଯ୍ୟକ୍ରମ ରହିଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରି ଭୋଟ ମାଗିବେ।

ବିଜେପି ପାଇଁ ୪ ଜଣ କେନ୍ଦ୍ରମନ୍ତ୍ରୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପାଇଁ ପ୍ରଚାର କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ । ତେଣୁ ପଦ୍ମପୁର ଗସ୍ତବେଳେ ମୁଖ୍ୟମନ୍ତ୍ରୀ ନିଜ ଭାଷଣରେ କ’ଣ କହୁଛନ୍ତି ସେ ଉପରେ ସମସ୍ତଙ୍କ ନଜର ରହିଛି । ଧାମନଗର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ପ୍ରଚାର ପାଇଁ ଯାଇନଥିଲେ । ଭର୍ଚୁଆଲରେ ସେ ପ୍ରଚାର କରିଥିଲେ । ଏବେ ପଦ୍ମପୁରକୁ ପ୍ରଚାର ପାଇଁ ଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଉପରେ ସମସ୍ତଙ୍କ ନଜର ରହିଛି ।

Leave A Reply

Your email address will not be published.