Odisha Link
Bridging the Missing Links in Odisha

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ଦେଶର ସବୁ ଦଳର ମୁଖ୍ୟ ଏହି ବୈଠକ ରେ ଯୋଗ ଦେବେ। ଏନେଇ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବେ।

ଡିସେମ୍ବର ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବେନଶ୍ବର ଫେରିବାର ସୂଚନା ରହିଛି। ନଭେମ୍ବର ୨୦୨୩ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ। ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ରାଜସ୍ଥାନ ଉଦୟପୁରରେ ଆଜି ସଂଧ୍ୟାରେ ବସିବ ପ୍ରଥମ ବୈଠକ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି।

ଗୁରୁତ୍ବପୂର୍ଣ୍ଣ କଥା ହେଲା, ଜି-୨୦ ର ୫ଟି ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ । ଯାହାଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟରେ ୫ଟି ବୈଠକ ଆୟୋଜିତ ହେବ । ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି, ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ । ୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ଟି ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

Leave A Reply

Your email address will not be published.