Odisha Link
Bridging the Missing Links in Odisha

ବିଜୁ ପଟ୍ଟନାୟକଙ୍କୁ ମିଳୁ ଭାରତରତ୍ନ ସମ୍ମାନ : ଜେଡିୟୁ

ଓଏଲ୍‌ ବ୍ୟୁରୋ : ବହୁଦିନର ବ୍ୟବଧାନ ପରେ ପୁଣି ଉଠିଲା ସ୍ବଗର୍ତ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦାବି। ବିଜୁ ପଟ୍ଟନାୟକଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ଦାବି କଲା ଜେଡିୟୁ। ବିଜୁ ବାବୁଙ୍କ ଅବଦାନକୁ ଚିର ସ୍ମରଣୀୟ କରି ରଖିବା ପାଇଁ ତାଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯାଉ ବୋଲି ଦାବି କରିଛି ଜେଡିୟୁ ।

ଜେଡିୟୁ ନେତା କେ.ସି ତ୍ୟାଗୀ ସାମ୍ବାଦିକ ସମ୍ମିଳନୀରେ ବିଜୁଙ୍କ ପ୍ରତି କେନ୍ଦ୍ରର ବିଜେପି ଓ କଂଗ୍ରେସ ସରକାରଙ୍କ ଉପେକ୍ଷା ମନୋଭାବକୁ କଟୁ ସମାଲୋଚନା କରିଛନ୍ତି । ବିଜୁ ପଟ୍ଟନାୟକଙ୍କର କାର୍ଯ୍ୟଶୈଳୀ ଓ ରାଷ୍ଟ୍ରପ୍ରେମ ସ୍ୱତନ୍ତ୍ର ଓ ଅନନ୍ୟ ଥିଲା। ସ୍ୱାଧୀନତା ସଂଗ୍ରାମ ଓ ସ୍ୱାଧୀନତା ପରେ ଭାରତର ରାଜନୈତିକ ଚିତ୍ରପଟ୍ଟରେ ବିଜୁବାବୁଙ୍କ ଗୁରୁତ୍ୱକୁ ଯେକେହି ଅନୁଭବ କରିପାରିବେ। ତାଙ୍କୁ ଏପର୍ଯ୍ୟନ୍ତ ଭାରତରତ୍ନ ନ ମିଳିବା ବିଡ଼ମ୍ବନା ।

ସେ ଆହୁରି କହିଛନ୍ତି, ବିଜୁ ବାବୁଙ୍କୁ ଭାରତ ରତ୍ନ ଦେବା ପାଇଁ ରାଜନୈତିକ ଦଳ ଗୁଡ଼ିକ ମିଳିତ ଉଦ୍ୟମ କରିବା ଦରକାର। ସେ କେବଳ ଓଡ଼ିଶାର ଗୌରବ ନୁହନ୍ତି, ଜାତୀୟସ୍ତରରେ ତାଙ୍କର ରାଜନୈତିକ ପ୍ରତିଷ୍ଠା ତତ୍କାଳୀନ ନେତାମାନଙ୍କୁ ଆଶ୍ଚର୍ଯ୍ୟଚକିତ କରିଥିଲା ।

Leave A Reply

Your email address will not be published.