Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଡେପୁଟି ମ୍ୟାନେଜର

ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରା ଭିଜିଲାନ୍ସ ପଞ୍ଝାରେ

ଓଏଲ୍‌ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଆଉ ଜଣେ କର୍ମଚାରୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ। ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରା ଭିଜିଲାନ୍ସ ପଞ୍ଝାରେ। ତାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରୁଥିବାର ଖବର ମିଳିଛି। ଚଢ଼ାଉରେ ୭ ଡିଏସପି, ୪ ଜଣ ଇନ୍ସପେକ୍ଟର, ଜଣେ ସବ୍-ଇନ୍ସପେକ୍ଟର ଏବଂ ୭ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ନିୟୋଜିତ ଥିବା ଖବରରୁ ଜଣା ପଡିଛି।

ଭୁବନେଶ୍ୱର, ନୟାଗଡ, କୋରାପୁଟ ସମେତ ଆହୁରି ଅନେକ ସ୍ଥାନରେ ଘର ଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ରାଜଧାନୀର ମଞ୍ଚେଶ୍ୱର ଥିବା ତିନି ମହଲା କୋଠା, ଭୁବନେଶ୍ୱରର ଜୟଦେବ ବିହାରରେ ନିର୍ମାଣାଧୀନ ଚାରିମହଲା କୋଠା, କୋରାପୁଟ ଜିଲ୍ଲାସୁଙ୍କି ଗେଟରେ ଅବସ୍ଥିତ ଭଡ଼ା ଘର, କୋରାପୁଟର ଅମ୍ପାଭାଲି-ସିମାଗୋଡାଠାରେ ଅଫିସ୍ ଚାମ୍ବର ସହ ଆହୁରି ଅନେକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି।