Odisha Link
Bridging the Missing Links in Odisha

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ମୁତାବିକ, ସୀତାରମଣଙ୍କୁ ହସ୍ପିଟାଲର ପ୍ରାଇଭେଟ୍‌ ଓ୍ବାର୍ଡରେ ତାଙ୍କର ଚିକିତ୍ସା ଜାରି ରହିଛି। ୬୩ ବର୍ଷିୟ ସୀତାରମଣଙ୍କୁ ପାଖାପାଖି ଦିନ ୧୨ ଟାରେ ହସ୍ପିଟାଲ ଭର୍ତ୍ତି କରାଯାଇଛି । ହେଲେ କେଉଁଥିପାଇଁ ତାଙ୍କୁ ହସ୍ପିଟାଲରେ ଆଡମିଟ୍‌ କରାଯାଇଛି ସେ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିପାରି ନାହିଁ ।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ରୁଟିନ୍‌ ଚେକ୍‌ଅପ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Leave A Reply

Your email address will not be published.