Odisha Link
Bridging the Missing Links in Odisha

ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଲୋକସଭା ଓ ବିଧାନସଭା ସିଟ୍ ଜିତିବା ଲକ୍ଷ୍ୟରେ ରହିଛି ବିଜେପି

ଓଏଲ୍‌ ବ୍ୟୁରୋ : ଓଡ଼ିଶାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ବିମାନବନ୍ଦରରୁ ବିଜେପି ନେତା ମାନେ କଲେ ସ୍ୱାଗତ। ବାଲିଗୁଡ଼ା ସ୍ଥିତ ତୁମୁଡିବନ୍ଧ ମିନି ଷ୍ଟାଡିୟମରେ ଆୟୋଜିତ “ସାଧାରଣ ସଭା ” ରେ ବିଜେପି ରାଷ୍ଟ୍ରୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ୨୦୧୯ ତୁଳନାରେ ୨୪ ନିର୍ବାଚନରେ ଓଡ଼ିଶାରେ ଭୋଟ୍ ହାର ୫୦ ପ୍ରତିଶତକୁ ବୃଦ୍ଧି ସହ ଅଧିକ ଲୋକସଭା ଓ ବିଧାନସଭା ସିଟ୍ ଜିତିବା ଲକ୍ଷ୍ୟରେ ରହିଛି ବିଜେପି। ଏହାକୁ ନଜରରେ ରଖି କେନ୍ଦ୍ରୀୟ ନେତା ବାରମ୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି କୁହାଯାଉଛି।

ପୂର୍ବରୁ ମିଳିଥିବା ସୂଚନା ଅନୁସାରେ, ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ନଡ୍ଡା କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ତୁମୁଡ଼ିବନ୍ଧ ଓ ପୁରୀ ସଂସଦୀୟ କ୍ଷେତ୍ରର ବାଣପୁରରେ ସାଧାରଣ ସଭାରେ ଯୋଗ ଦେବେ। ବର୍ତ୍ତମାନ ଭୁବନେଶ୍ୱରରେ ଜେ.ପି. ନଡ୍ଡା ପହଞ୍ଚିବା ପରେ ବାଲିଗୁଡ଼ା ସ୍ଥିତ ତୁମୁଡିବନ୍ଧ ମିନି ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇଛନ୍ତି। ସାଧାରଣ ସଭାରେ ଯୋଗ ଦେବା ପରେ ଜଳେଶପଟା ଆଶ୍ରମ଼ସ୍ଥିତ ନୂତନ କନ୍ୟାଶ୍ରମର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ପରେ ସେ ପୁରୀ ଲୋକସଭା ଓ ଚିଲିକା ବିଧାନସଭା ଅନ୍ତର୍ଗତ ବାଣପୁର ପଲଟନ୍ ପଡ଼ିଆରେ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବେ। ପରେ ସେ ବାଣପୁରସ୍ଥିତ ମା’ ଭଗବତୀ ମନ୍ଦିର ଯାଇ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ପରେ ନାଚୁଣୀସ୍ଥିତ କଲେଜରେ ଇନଡୋର ଷ୍ଟାଡିୟମରେ କାର୍ଯ୍ୟକତ୍ତା ସମ୍ମିଳନୀରେ ଯୋଗ ଦେବେ। ଶେଷରେ ନଡ୍ଡା ସଡକ ପଥରେ ଭୁବନେଶ୍ୱର ଫେରି ଆସି ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଓଡ଼ିଶାରେ ବର୍ତ୍ତମାନ ଶ୍ରୀ ନଡ୍ଡା ପହଁଚିଥିବା ଖବରରୁ ଜଣା ପଡିଛି।

Leave A Reply

Your email address will not be published.