Odisha Link
Bridging the Missing Links in Odisha

ମା’ ଅସୁସ୍ଥ ଥିବା ଖବର ପାଇବା ପରେ ଚିକିତ୍ସାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଅହମ୍ମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସା କରାଯାଉଛି।

ଓଏଲ୍‌ ବ୍ୟୁରୋ : ଭାରତର ପ୍ରଧାନମନ୍ତ୍ରୀ ପହଁଚିଲେ ଅହମ୍ମଦାବାଦର ୟୁଏନ ମେହେଟା ହସ୍ପିଟାଲରେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ମା’ ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା ଖବର ପାଇ ଚିକିତ୍ସାଳୟରେ ପହଁଚିଥିବାବେଳେ ସାଙ୍ଗରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଥିବା ଜଣା ପଡିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଅହମ୍ମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଏକ ଡାକ୍ତରୀ ଟିମ୍ ଲଗାତର ଭାବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିବାବେଳେ, ହୀରାବେନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ସୂଚନା ମିଳିଛି।

Leave A Reply

Your email address will not be published.