ଅନୁଗୁଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ।

ଓଏଲ୍ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ୧୮୦୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର। ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଙ୍ଗର ଶୁଭାରମ୍ଭ କରିବେ।
ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ପାଇଁ ଅନୁଗୁଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।