Odisha Link
Bridging the Missing Links in Odisha

କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନର ଶୁଭାରମ୍ଭ କଲେ ନବୀନ

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିଧା ଓ ଗବେଷଣା ଅନୁଷ୍ଠାନ । ଆଜି ଅପରାହ୍ନରେ ଏହି ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ ଟି ବିଭାଗକୁ ମିଳିଛି ଅନୁମତି । ୬ ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ ଟି ସ୍ପେଶାଲ MS / MD ପାଠ୍ୟକ୍ରମ ଅନୁମତି ମିଳିଛି ।

ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨, ଶିଶୁରୋଗ ବିଭାଗରେ ୪, ଶ୍ବାସରୋଗ ବିଭାଗରେ ୩ ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।

Leave A Reply

Your email address will not be published.