Odisha Link
Bridging the Missing Links in Odisha

ଦୁର୍ଘଟଣାରେ ଜଳିଗଲା କ୍ରିକେଟର ପନ୍ତଙ୍କ କାର୍‌, ମେଡିକଲାରେ ଚାଲିଛି ଋଷଭଙ୍କ ଚିକିତ୍ସା

ଓଏଲ୍‌ ବ୍ୟୁରୋ: ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଋଷଭ ପନ୍ତଙ୍କ କାର ଦୁର୍ଘଟଣାଗ୍ରସ୍ତ। ସେ ଗୁରୁତର ଭାବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ମୁଣ୍ଡ, ପିଠି, ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଛି। ଏବେ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ତାଙ୍କ ଆହତ ସମସ୍ୟା ଗୁରୁତର ଥିବାରୁ ତାଙ୍କର ପ୍ଲାଷ୍ଟିକ ସର୍ଜରୀ ପାଇଁ ଦିଲ୍ଲି ରେଫର କରାଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଗତକାଲି ବିଳମ୍ବିତ ରାତିରେ ପନ୍ତଙ୍କ ମର୍ସିଡିଜ୍‌ କାର ଗୋଟିଏ ଡିଭାଇଡର୍‌ରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାର୍‌ଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି। ସାମ୍ନାକୁ ଆସିଥିବା ଫଟୋରେ ପନ୍ତ ହସ୍ପିଟାଲ ବେଡରେ ଶୋଇଥିବା ବେଳେ ତାଙ୍କ ମୁଣ୍ଡରେ ପଟି ପଡ଼ିଛି। ସେହିପରି ଆଉ କିଛି ଫଟୋରେ ତାଙ୍କ ପିଠି ଓ ହାତରେ ଗଭୀର କ୍ଷତଚିହ୍ନ ରହିଥିବା ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ଅନୁସାରେ, ପନ୍ତ ନିଜେ ଡ୍ରାଇଭିଂ କରି ଉତ୍ତରାଖଣ୍ଡରୁ ଦିଲ୍ଲୀ ଆସୁଥିଲେ। କିନ୍ତୁ ରୁର୍କୀ ନିକଟରେ ଏହା ଭାରସାମ୍ୟ ହରାଇ ଡିଭାଇଡର୍‌ରେ ପିଟି ହୋଇଯାଇଥିଲା। ଗାଡ଼ିର ବେଗ ଅଧିକ ଥିବାରୁ ଦୁର୍ଘଟଣା ପରେ ଏଥିରେ ନିଆଁ ଲାଗି ଯାଇଥିଲା।

Leave A Reply

Your email address will not be published.