ମାର୍ଚ୍ଚ ପହିଲାରୁ ଯୁକ୍ତ ୨ ପରୀକ୍ଷା

ଓଏଲ୍ ବ୍ୟୁରୋ: ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ମାର୍ଚ୍ଚ ୧ ତାରିଖରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମାର୍ଚ୍ଚ ୨ ତାରିଖ ଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ସେହିପରି ମାର୍ଚ୍ଚ ୩ ତାରିଖ ଠାରୁ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ। ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ସିଏଚଏସଇ ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର କହିଛନ୍ତି, ଜାନୁୟାରୀ ୧୫ ସୁଦ୍ଧା ପରୀକ୍ଷା କେନ୍ଦ୍ର ଚୁଡାନ୍ତ ହେବ। କୋଭିଡ ଗାଇଡଲାଇନ୍ ଆଧାରରେ ପରୀକ୍ଷା ହେବ ବୋଲି ସେ ସୂଚନା ଦେଇଛନ୍ତି। ଯୁକ୍ତ ଦୁଇ ପରୀକ୍ଷା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ଶ୍ରୀ ମିଶ୍ର କହିଛନ୍ତି। ଫେବ୍ରୁଆରୀ ପହିଲାରୁ ୧୦ ତାରିଖ ଯାଏ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନିୟନ୍ତ୍ରଣରେ ରହିବ ବୋଲି ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି।