Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ରାଉରକେଲା ବିମାନ ଉଡ଼ାଣର ଶୁଭାରମ୍ଭ

ଭର୍ଚୁଆଲ ମୋଡରେ ଉଦଘାଟନ କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ଓଏଲ୍‌ ବ୍ୟୁରୋ : ରାଉରକେଲା ବିମାନ ଉଡ଼ାଣର ଶୁଭାରମ୍ଭ। ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ବର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ। ଭିଡିଓ କନଫରେନ୍ସିଂରେ ଆଜି ଭୁବନେଶ୍ୱରରୁ ରାଉରକେଲାକୁ ବିମାନ ଉଡାଣର ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାତାୟାତ କରିବାର ସୁବିଧା ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଉପସ୍ଥିତ ରହି ଭୁବନେଶ୍ୱରରୁ ରାଉରକେଲାକୁ ବିମାନ ଉଡାଣର ଶୁଭାରମ୍ଭ କରିଛନ୍ତି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡାଣ ଆରମ୍ଭ ହେବାନେଇ ସୂଚନା ମିଳିଛି। ପ୍ରତିଦିନ ବିମାନ ରାଜଧାନୀ ଭୁବନେଶ୍ୱରରୁ ୨ଟା ୫୫ରେ ଛାଡ଼ିବ ଏବଂ ରାଉରକେଲାରେ ୩ଟା ୫୦ରେ ପହଞ୍ଚିବ। ସେହିଭଳି ରାଉରକେଲାରୁ ୪ଟା ୧୫ରେ ବାହାରି ଭୁବନେଶ୍ୱରରେ ୫ଟା ୧୦ରେ ପହଞ୍ଚିବ ବୋଲି ଜଣା ପଡିଛି। ତେବେ ଏହି ବିମାନ ସେବା ଭୁବନେଶ୍ୱରରୁ ରାଉରକେଲା ଯାତାୟାତ କରୁଥିବା ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ।

Leave A Reply

Your email address will not be published.