Odisha Link
Bridging the Missing Links in Odisha

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର, ଖୋଲିଲା ଧବଳେଶ୍ବର ପୀଠ

ଓଏଲ୍‌ ବ୍ୟୁରୋ: ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଆଜିଠୁ ଖୋଲିଲା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ମନ୍ଦିର। ବାବା ଧବଳେଶ୍ୱରଙ୍କୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ଦେଇଛନ୍ତି ଆଠଗଡ ଉପଜିଲ୍ଲାପାଳ। ମହାନଦୀ ପଠା ମଧ୍ୟରେ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।

ମକର ସଂକ୍ରାନ୍ତି ଅବସରରେ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବାକୁ ନିଷ୍ପତ୍ତି ନେଇଥିଲା ପ୍ରଶାସନ। ତେବେ ନିର୍ମାଣଧୀନ ଅସ୍ଥାୟୀ ରାସ୍ତା କାମ ଯୁଦ୍ଧକାଳୀନ ଭିତ୍ତିରେ ସରିଥିବାରୁ ଆଗୁଆ ଅନୁମତି ଦେଇଛି ପ୍ରଶାସନ। ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର ପଠା ଏବଂ ସେଠାରୁ ଧବଳେଶ୍ୱର ପଠାକୁ ସଂଯୋଗ କରାଯାଇଥିବା ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଚାଲି ଚାଲି ଯାଇ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।

ସୂଚନଥାଉକି, ଗୁଜରାଟ ଝୁଲା ପୋଲ ଟ୍ରାଜେଡି ପରେ ଧବଳେଶ୍ବର ଝୁଲାପୋଲ ଅସୁରକ୍ଷିତ ଦର୍ଶାଇ ନଭେମ୍ବର ୧ ତାରିଖ ଠାରୁ ଧବଳେଶ୍ୱରଙ୍କ ପୀଠକୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରଖାଯାଇଥିଲା। ୧୪୪ ଧାରା ଲଗାଇ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଲଗାଯାଇଥିଲା।

Leave A Reply

Your email address will not be published.