Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟ ରେଞ୍ଜ୍ ଅଫିସର

ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ କର୍ମଚାରୀ ଜଣକ ହେଲେ ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର

ଓଏଲ୍‌ ବ୍ୟୁରୋ : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ କର୍ମଚାରୀ। ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି। ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ କର୍ମଚାରୀ ଜଣକ ହେଲେ ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା। ତେବେ ଫରେଷ୍ଟ ରେଞ୍ଜ୍ ଅଫିସର ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ କ୍ରମେ ଭିଜିଲାନ୍ସ ପକ୍ଷରୁ ସମ୍ବଲପୁର, ବଲାଙ୍ଗିର ଓ ସୁନ୍ଦରଗଡ଼ର ଏକକାଳୀନ ୫ଟି ସ୍ଥାନରେ ରେଡ୍।