ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବିମାନ, ଏପର୍ଯ୍ୟନ୍ତ ୩୨ ମୃତଦେହ ଉଦ୍ଧାର

ଓଏଲ୍ ବ୍ୟୁରୋ: ନେପାଳରୁ ଆସିଲା ଦୁଃଖଦ ଖବର। ନେପାଳର ପୋଖରେ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ଦୁର୍ଘଟଣାରେ ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବିମାନ। ଦୁର୍ଘଟଣାଗ୍ରସ୍ଥ ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ ଏଯାଏ ୩୨ ଜଣଙ୍କ ମୃତଦେହ ମିଳିଛି। ବାକି ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।
ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି।