Odisha Link
Bridging the Missing Links in Odisha

ପାଣିପାଗ ଖବର: କମିବ ଶୀତ, ଆଜିଠୁ ୨ ଦିନ ବର୍ଷା

ଓଏଲ୍‌ ବ୍ୟୁରୋ: ପୂର୍ବ ଅପେକ୍ଷା ଏବେ ରାଜ୍ୟରେ ଟିକେ କମିଛି ଶୀତ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଏହାରିମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ମେଘୁ୍ଆ ପାଗ ମଧ୍ୟ ପରିଲିକ୍ଷିତ ହେଉଛି । ଏପରିକି ଆଜି ଓ ୧୮ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ‌ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ଷା ଓ ମେଘୁଆ ପାଗ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିବ। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟଠାରେ ୭ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀଠାରେ ୧୦.୫ ଡିଗ୍ରି ରହିଛି। ସେହିଭଳି କଟକର ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରି ଓ ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରି ରହିଥିଲା।

Leave A Reply

Your email address will not be published.