Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ଟି ପ୍ରସ୍ତାବକୁ ମୋହର

୨୦୨୨ ଜାନୁଆରୀ ୧ ତାରିଖରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ପାଇଁ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ଲାଗୁ

ଓଏଲ୍ ବ୍ୟୁରୋ : ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣା ପଡିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ହୋଇଛି। ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ପାଇଁ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ଲାଗୁ ହେବ ବୋଲି ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତି ନିଆଯାଇଛି।

ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ସେଥିରେ ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାବେଳେ ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ। ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ୟ୍ୟ ୫ ବର୍ଷରେ ଶେଷ ହେବ ବୋଲି ଜଣା ପଡିଛି। ନୟାଗଡ଼ର ଦଶପଲ୍ଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ ବୋଲି ସୂଚନା ମିଳିଛି।

ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁର ପ୍ରଦାନ କରିଥିବାବେଳେ ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ। ବାଗ୍‌ଚୀ ଶ୍ରୀଶଙ୍କର କ୍ୟାନ୍ସର କେୟାର ସେଣ୍ଟରକୁ କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ଓବିସି କମିଶନ ଆଇନରେ ସଂଶୋଧନ ହେବ ବୋଲି ଜଣା ପଡିଛି।

ଅନ୍ୟପକ୍ଷରେ ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍। ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଥିବା ଜଣା ପଡିଛି। ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ। ଜିଏସଟି , ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଥିବା ଜଣା ପଡିଛି। ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି। ଓଏସଜେଏସ ଓ ଓଜେଏସ ସେବା ଅଧିନିୟମରେ ସଂଶୋଧନ। ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ରାଜ୍ୟ କ୍ୟାବିନେଟରେ ସଂଶୋଧନ ହୋଇଛି।

Leave A Reply

Your email address will not be published.